Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଏଣିକି ବର୍ଷା ନୁହେଁ; ବଢିବ ତାତି

ଭୁବନେଶ୍ୱର: ଗତ କିଛିଦିନ ହେବ ରାଜ୍ୟ ବର୍ଷାର ପ୍ରଭାବ ଜାରି ରହିଥିଲା। କିନ୍ତୁ ଏବେ ବଢିବ ତାତି। ଖରାରେ ସିଝିବ ସାରା ଓଡ଼ିଶା। ଆସନ୍ତା ୩ ଦିନ ଯାଏ ରାଜ୍ୟରେ ଲଗାତାର ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେତେକ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବ।

କିଛି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଖରା ସହିତ ଅପରାହ୍ମରେ କାଳବୈଶାଖୀ ବର୍ଷା ମଧ୍ୟ ହେବ । ଏଥିପାଇଁ ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ମଧ୍ୟ ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ୧୧ ତାରିଖରୁ ପାଗରେ ଆସିବ ପରିବର୍ତ୍ତନ। ତାପମାତ୍ରା ବୃଦ୍ଧି ହେବ । ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବ। ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।