Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାଲିଗୁଡ଼ାରେ ୧୪ତମ ଜାତୀୟ ଭୋଟର ଦିବସ ପାଳିତ

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଜାତୀୟ ଭୋଟର ଦିବସ ଅବସରରେ ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ “ଭୋଟ୍ ଦେବା ଗଣତନ୍ତ୍ର ସୁଦୃଢ କରିବା” ଥିମ୍ ନେଇ ଟାଉନ ହଲ ନିକଟରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଓ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କ ଉପସ୍ଥିତରେ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ୧୪ ତମ ଭୋଟର ଦିବସ ଅବସରରେ ନୁଆ ଯୁବ ଭୋଟର ମାନଙ୍କୁ ଭୋଟ ପରିଚୟ ପତ୍ର ପ୍ରଦାନ କରିବା ସହ ନିର୍ଭିକ ଭାବେ ଭୋଟ୍ ଦେବା ଓ ଗଣତନ୍ତ୍ରକୁ ସୁଦୃଢ଼ କରିବା ନେଇ ଏକ ଶପଥ ପାଠ କରାଯାଇଥିଲା । ଏଥିରେ ଉପଖଣ୍ଡର ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଯୁବକ, ଯୁବତୀ, ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ସାମିଲ ହୋଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ