Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲାଞ୍ଜିଗଡରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ, ଯୋଗଦେଲେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ

କଳାହାଣ୍ଡି,୨୬/୦୧-କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ହାଇସ୍କୁଲ ପଡିଆରେ ଆୟୋଜିତ ୭୫ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଉପସ୍ଥିତ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ । ଲାଞ୍ଜିଗଡ ଯୁବକ ସଂଘ ଦ୍ୱାରା ଆୟୋଜିତ ଏହି ସମାରୋହରେ ଆଞ୍ଚଳିକ ବିକାଶ ପରିଷଦର ସଭାପତି ଶ୍ରୀଧର ପେସନିଆ, ଲାଞ୍ଜିଗଡ ସରପଞ୍ଚ ସରସ୍ୱତୀ ମୁଣ୍ଡା, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ରାଜେନ୍ଦ୍ର ସିଂହଦେଓ, ପୂର୍ବତନ ସରପଞ୍ଚ ଚନ୍ଦ୍ରଧ୍ୱଜ ପେସନିଆ, ସମାଜସେବୀ ଶ୍ରୀମୁଖ ଅଗସ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଅତିଥି ଭାବେ ଯୋଗଦେଇଥିଲେ। ଭୂପେନ୍ଦ୍ର ମହାରଥା ଓ ମଧୁସୂଦନ ବାଗ ସଭା ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ