Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଦର୍ଶ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

କାମାକ୍ଷାନଗର,୦୯.୦୪.୨୦୨୩-ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଜନ୍ତାରିବୋଲ ଠାରେ ଆଦର୍ଶବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ପ୍ରଥମେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ସମସ୍ତ ଅତିଥି ଙ୍କୁ ଚନ୍ଦନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବିଦ୍ୟାଳୟର ଅଧକ୍ଷ ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଖଣି,ଇଷ୍ପାତ ବିଭାଗର ମନ୍ତ୍ରି ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା କହିଛନ୍ତି ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଇଂରାଜୀ ଢାଞ୍ଚା ରେ ପିଲାଙ୍କ ପାଇଁ ଗଠିତ ହୋଇଥିବା ଆଦର୍ଶ ବିଦ୍ୟାଳୟ ର ଲକ୍ଷ୍ୟ ସଂପର୍କ ରେ କହିବା ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏ ଭଳି ଏକ କାରଖାନା ହେବା ଆବଶ୍ୟକ ଯାହା ସମାଜରେ ଗୋଟିଏ ଗୋଟିଏ ପ୍ରତିଭାବାନ ଛାତ୍ର ଛାତ୍ରୀ ଗଠନ ସହ ଆଦର୍ଶ ବ୍ୟକ୍ତି ଗଢିତୋଳିବା ରେ ସହାୟକ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ। ସନ୍ମାନିତ ଅତିଥି ଭାବେ ନଗରପାଳ ଧର୍ମାନନ୍ଦ ପରିଡା,ବ୍ଲକ ଅଧକ୍ଷ ପ୍ରେମାନନ୍ଦ ସାହୁ,ସରପଞ୍ଚ ସତ୍ୟଜିତ ରାଉତ ପ୍ରମୂଖ ଉପସ୍ଥିତ ଥିଲେ।ବିଦ୍ୟାଳୟର ଛାତ୍ରଛାତ୍ରିଙ୍କ ତରଫରୁ ସାସ୍କୃତିକ ନୃତ୍ୟ ପରିବେଷଣ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ