Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଡ଼ହଗାଁ ପଞ୍ଚାୟତ ରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ,ବଜାସାଲ ରେ ଝୁମିଳେ ନାଚିଲେ ପ୍ରତିନିଧି ଓ ଜନ ସାଧାରଣ।

କୋକସରା:୨୭/୦୧
ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। ଶନିବାର ଡ଼ହଗାଁ ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ସରପଞ୍ଚ କୁଞ୍ଜଳତା ନାଏକ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତି ପୁଝାରି, କୃଷି ସମବାୟ ସମିତି ସଭାପତି ଡ଼ହଗାଁ ବ୍ରଜ କିଶୋର ନାଏକ, ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ଜିପିଇଓ ବିରଞ୍ଚି ଖରସେଲ, ବିଜେଡି ବ୍ଲକ ସମ୍ପାଦକ ପଞ୍ଚକ ପୋଢ଼
ଉପସ୍ଥିତ ରହିଥିଲେ। ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ହିଁ ଓଡିଶା ବିକାଶ ର ନୂଆ କାହାଣୀ ଲେଖିବ ବୋଳି କହିଥିଲେ। ଲୋହିସିଂହା ରୁ ଆସିଥିବା ବଜାସାଲ ଡ୍ୟାନ୍ସ ଗ୍ରୁପ,ର ସମ୍ବଲପୁରୀ ଗୀତନାଚ ରେ ପରିବେଶ ଝୁମି ଯାଇଥିଲା କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ,ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀମାନେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଅବଗତ ହୋଇଥିଲେ। ପଞ୍ଚାୟତ ପିଇଓ ରାଜେନ୍ଦ୍ର ସୋରି ଓ ପଞ୍ଚାୟତ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories