Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରେଙ୍ଗାଳପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର।

କୋକସରା:୩୧/୦୧
ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ବିଦ୍ୟାଳୟ ସ୍ତରୀୟ ଆଲୁମିନି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଜୟପାଟଣା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନରେ ଥିବା ରେଙ୍ଗାଳପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ଉନ୍ନତ ମାନର ଶୈକ୍ଷିକ ବାତାବରଣ ସହ ଶିକ୍ଷା ର ଅଗ୍ରଗତି ରେ ନିରବଚ୍ଛିନ୍ନ ଉଦ୍ୟମ, ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ଙ୍କ ଉଲ୍ଲେଖନିୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୩/୨୪ ରେ ସମ୍ମାନିତ କରାଯାଇଛି। ଆଜି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାନପତ୍ର ପ୍ରଦାନ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି ଓ ଶାସନ ସଚିବ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅସ୍ବତୀ. ଏସ ଙ୍କ ଦସ୍ତଖତ ସମ୍ମିଲିତ ମାନପତ୍ର ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିବା ପରେ ସ୍କୁଲ ର ପ୍ରଧାନ ଶିକ୍ଷକ ଲଳିତ କୁମାର ନାଏକ ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସମୁହ ରାଜ୍ୟ ସରକାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଛନ୍ତି।ପୁରସ୍କାର ପ୍ରାପ୍ତ କରିବାକୁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉମାଶଙ୍କର ଦୀପ ଭୁବନେଶ୍ୱର କର୍ମଶାଳାରେ ଉପସ୍ଥିତ ଥିଲେ। ALUMUNI ସଭାପତି ଅରବିନ୍ଦ ଶର୍ମା,ସମ୍ପାଦକ ଚିନ୍ମୟ ପ୍ରସାଦ ପ୍ରାଧନୀ ଶୁଭେଚ୍ଛା ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରଦାନ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories