Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଟେମରା ପଞ୍ଚାୟତ ରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ।

କୋକସରା:୦୧/୦ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। କୋକସରା ବ୍ଲକ ଟେମରା ପଞ୍ଚାୟତ ରେ ସରପଞ୍ଚ କ୍ଷିତିରାମ ପାତ୍ର ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ବିଜେଡି ନବୀନ ଓଡିଶା ସଂଯୋଜକ ବଦ୍ରୀ ନାରାୟଣ ପଟ୍ଟନାୟକ, ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ,ସମିତି ସଭ୍ୟା ଅନୁସୂୟା ମାଝୀ, ବ୍ଲକ ଏକାଉଣ୍ଟଟେଣ୍ଟ ଅଶୋକ କୁମାର ସେଠି, ବିଏସଏସଓ ଦୀପକ ବେହେରା, କନିଷ୍ଠ ଯନ୍ତ୍ରୀ ସୁକାନ୍ତ ବେହେରା ଅତିଥି ଭାବେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିକାଶ ମୂଳକ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ବିଜେଡି ସରକାର ହିଁ ଏକମାତ୍ର ବିକଳ୍ପ ଜନ ପ୍ରତିନିଧିମାନେ କହିଥିଲ। ଏହି ଅବସର ରେ ପଞ୍ଚାୟତ ର ସଚେତନ ନାଗରିକ ଓ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଥିବା ବ୍ୟକ୍ତି ବିଶେଷ ପଦ୍ମଲୋଚନ ଦଳପତି, ଗୋପୀନାଥ ସୁନାନୀ,ପୁରୁନ୍ଧର ସତନାମୀ, ଚକାଡୋଳା ପାତ୍ର ଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଛି।ସଚେତନତା କାର୍ଯ୍ୟକ୍ରମ ରେ ବିଭିନ୍ନ ସରକାରୀ ବିଭାଗର ଷ୍ଟଲ ରେ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ପରିଶେଷରେ ଲୋଇସିଙ୍ଗା ବଜାସାଲ ସମ୍ବଲପୁରୀ ସାଂସ୍କୃତିକ ଗ୍ରୁପ ର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଦର୍ଶକ ଝୁମି ଯାଇଥିଲେ।କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। ଟେମରା ପିଇଓ ଗୌତମ ନାଗ ଓ ଦୁଷ୍ମନ୍ତ ପାତ୍ର,ହେମନ୍ତ ବାଣୁଆ,।କ୍ଷୀରସିନ୍ଧୁ ହଂସ,ବୃନ୍ଦାବନ ସତନାମୀ, ଯଦୁମଣି ବାଗ ପ୍ରମୁଖ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories