Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଫେରିବ ତାତି; ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର: ଏଣିକି ବର୍ଷା ନୁହେଁ ବଢିବ ତାତି। ଆଜି ସକାଳ ୮.୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୧ ଡିଗ୍ରୀ ସେଲସିୟସକୁ ବୃଦ୍ଧି ପାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ପାଞ୍ଚ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ରବିବାର ଦିନ ଓଡିଶାର ୩୦ ଟି ସ୍ଥାନରେ ଦିନର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି।

ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ, ଏପ୍ରିଲ୍ ୧୨ ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ସାଧାରଣ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ। କାଳବୈଶାଖୀର ତାଣ୍ଡବ କମିଛି। ଏହାଫଳରେ କେତେକ ସ୍ଥାନରେ ଦିନର ସ୍ବାଭାବିକ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି କହିଛି ପାଣିପାଗ ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ