Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୦୫/୦୨ (ଜଗନ୍ନାଥ ନାଏକ) :ଆଜି ଜିଲାପାଳ ଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ ଧର୍ମଗଡ ଧିମାନ ଚକମା,ଉପଜିଲ୍ଲାପାଳ ଭବାନୀ ପାଟଣା ଡ ବିଶ୍ୱଜିତ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୮ ଜଣ ଏବଂ ରେଡକ୍ରସ ପାଣ୍ଠି ରୁ ୧ ଜଣ ଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।