Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କନ୍ଦାବୁଟୁରା ପଞ୍ଚାୟତ ରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ।

କୋକସରା:୦୭/୦୨
କୋକସରା ବ୍ଲକ କନ୍ଦାବୁଟୁରା ପଞ୍ଚାୟତ ରେ ସରପଞ୍ଚ।କୁରୁକ୍ଷେତ୍ର ବେହେରା ଙ୍କ ଅଧ୍ୟକ୍ଷତା ରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ରେ ବ୍ଲକ ଏକାଉଣ୍ଟଟେଣ୍ଟ ଅଶୋକ କୁମାର ସେଠୀ, ସମିତି ସଭ୍ୟା ଶିବାନୀ ଗଇନ୍ତା, କାଶିବାହଲ ସମିତି ସଭ୍ୟ ଗଜାନନ ନିଆଲ,ପିଇଓ ଜାଫେଦ ନାଗ, ନାଏକ ସରପଞ୍ଚ ଜୟଶ୍ରୀ ଛାତ୍ରୀଆ, ପବିତ୍ର ବେହେରା, ଯଦୁମଣି ଦୀପ ଓ ସମାଜସେବୀ ରୁଦ୍ର ପ୍ରସାଦ ନାଏକମଞ୍ଚ ରେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଯୁଗାନ୍ତକାରୀ, ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣ ଙ୍କୁ ସୁଚିତ କରିଥିଲେ। ସଚେତନତା କାର୍ଯ୍ୟକ୍ରମ ରେ ବିଭିନ୍ନ ସରକାରୀ ବିଭାଗର ଷ୍ଟଲ ରେ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ପରିଶେଷରେ ଲୋଇସିଙ୍ଗା ବଜାସାଲ ସମ୍ବଲପୁରୀ ସାଂସ୍କୃତିକ ଗ୍ରୁପ ଓ ସ୍ଥାନୀୟ କଳାକାର ଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଦର୍ଶକ ମଜା ଉଠାଇଥିଲେ।।କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। କୃପାସିନ୍ଧୁ ନାଏକ।ମଞ୍ଚ ସଂଯୋଜନା କରିଥିଲେ । କନ୍ଦାବୁଟୁରା ପିଇଓ ଦୁଷ୍ମନ୍ତ ସୁନାନୀ ଓ ପଞ୍ଚାୟତ କର୍ମଚାରୀ ମାନେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories