Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସଂଗ୍ରାମପୁର ରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ବୀରମହାରାଜପୁର : ( ସୌମିତ୍ରି ମେହେର )
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସଂଗ୍ରାମପୁର ରେ ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଞ୍ଚାୟତ ସ୍ତରୀୟ ଆଜି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଥିବାବେଳେ ଉଫୁଳା ସରପଞ୍ଚ ଶ୍ରିୟା କର୍ମୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ I ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଖଣ୍ଡହତl ସରପଞ୍ଚ ଜୟଶ୍ରୀ ଦେହୁରୀ , ସ୍ଥାନୀୟ ସରପଞ୍ଚ ଅଲକା କର୍ମୀ , ଚମ୍ପାମାଳ ସମିତି ସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ l ଏ ଅବସରରେ ପଞ୍ଚାୟତ ର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ସମ୍ପର୍କରେ ଏକ ପୁସ୍ତକ ଉନ୍ମୋଚିତ ହୋଇଥିଲା I ପଞ୍ଚାୟତ ର ବହୁ ମହିଳା ଓ ପୁରୁଷ ଏହି ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ ଥିଲେ I