Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨୦ ହଜାର ଟଙ୍କାକୁ ବଢିଲା ଜୁନିୟର ଟିଚରଙ୍କ ଦରମା

ଭୁବନେଶ୍ଵର: ନିର୍ବାଚନ ତାରିଖ କେଉଁ ଦିନ କେଉଁ ମୁହୂର୍ତ୍ତରେ ବି ଘୋଷଣା ହୋଇପାରେ। ଏହା ପୂର୍ବରୁ ନବୀନ ସରକାର ସବୁ ବର୍ଗଙ୍କୁ ଖୁସି କରିବାରେ ଲାଗି ପଡିଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ଆଉ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର। ମାସିକ ଦରମା ୧୩,୮୦୦ ଟଙ୍କାରୁ ୨୦ ହଜାରକୁ ବୃଦ୍ଧି କରାଯାଇଛି। ବର୍ଦ୍ଧିତ ଦରମା ପିଛିଲା ଭାବେ ୨୦୨୩ ଜାନୁଆରୀ ୧ରୁ ପିଛିଲା ଭାବେ ଲାଗୁ ହେବ। ଏହି ଘୋଷଣାରେ ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (JUNIOR TEACHER) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ୨୦୨୩  ଜାନୁଆରୀ ୧ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ