Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାରା ଶର୍ମା ହେବେ ସିବିଆଇ ଡିଆଇଜି

ଭୁବନେଶ୍ୱର: ବରିଷ୍ଠ ଆଇପିଏସ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇ ଡିଆଇଜି ଭାବେ ନିଯୁକ୍ତି ମିଳିଛି। ୨୦୧୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାରାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋରେ ୫ ବର୍ଷ ପାଇଁ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି । ସାରାଙ୍କୁ କେନ୍ଦ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବା ପାଇଁ ତୁରନ୍ତ ରିଲିଫ କରିବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଓଡିଶାର ମୁଖ୍ୟ ଶାସନ ସଚିବଙ୍କୁ ଏହି ଅନୁମୋଦନ ପ୍ରଦାନ କରି ଅନୁରୋଧ କରାଯାଇଛି ।

ମାର୍ଚ୍ଚ ୧୨ ତାରିଖର ଏହି ସରକାରୀ ଚିଠିରେ ତାଙ୍କ କେନ୍ଦ୍ରୀୟ ଡେପୁଟେସନକୁ ଆନୁଷ୍ଠାନିକ ରୂପ ଦିଆଯାଇଛି। ସୂଚନା ଅନୁଯାୟୀ ସାରା ଶର୍ମାଙ୍କୁ ୫ ବର୍ଷ ପାଇଁ ଡିଆଇଜି ପଦବିରେ ନିଯୁକ୍ତି ମିଳିଛି। ମଣିପୁରରେ ଜାତିଗତ ହିଂସାର ସିବିଆଇ ତଦନ୍ତ ସମୟରେ ସାରା ଶର୍ମାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। ଟିମର ଏକ ଅଂଶ ଭାବରେ ସେ ତଦନ୍ତରେ ନିଜର ଦକ୍ଷତା ପ୍ରତିପାଦନ କରିଥିଲେ। ଏହି ନିଯୁକ୍ତି ପୂର୍ବରୁ ସେ ସମ୍ବଲପୁରରେ ପୁଲିସ ଅଧୀକ୍ଷକ (ଭିଜିଲାନ୍ସ) ପଦବିରେ ରହିଥିଲେ।

ଏଥି ସହିତ ଅନ୍ୟ ଦୁଇଜଣ ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । ଡିଆଇଜି ପି ମୁରୁଗନଙ୍କ କାର୍ଯ୍ୟକାଳ ୨୦୨୭ ୧୫ ମାର୍ଚ୍ଚ ପର‌୍ୟ୍ୟନ୍ତ ବଢାଯାଇଛି। ଅନ୍ୟପକ୍ଷେ କେନ୍ଦ୍ରୀୟ ଏଜେନ୍ସିର ସିବିଆଇର ପୁଲିସ ଅଧ୍ୟକ୍ଷ ବିଧ୍ରୁତ ବିକାଶଙ୍କ କାର‌୍ୟ୍ୟ ଅବଧି ୨୦୨୫ ଫେବ୍ରୁଆରୀ ୧୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ