Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ସ୍ଵାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ବାର୍ଷିକ ଉତ୍ସବ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ସ୍ବାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ର ଅଧ୍ୟକ୍ଷ ବିକ୍ରମ ପୁରୋହିତ ଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ବୀରମହାରାଜପୁର ହାଇସ୍କୁଲ ର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଭୂଷଣ କୁମାର ପାତ୍ର ମୁଖ୍ୟ ଅତିଥି ଏବଂ ଖବରଦାତା ସତ୍ୟବାନ ପୁରୋହିତ ମୁଖ୍ୟବକ୍ତା ଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ଅବସରପ୍ରାପ୍ତ ଏବିଇଓ ମାର୍କଣ୍ଡ ମିଶ୍ର , ଅବସପ୍ରାପ୍ତ ହାଇସ୍କୁଲ ଶିକ୍ଷକ ପୁରନ୍ଦର ପୁରୋହିତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ର ଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରାରମ୍ଭ ରେ ସ୍କୁଲର ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଶିକ୍ଷକ ସରୋଜ ପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମଣ୍ଟୁ ରଣା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସଙ୍ଗୀତା ରାଣୀ ପୁରୋହିତ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସର ରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ଶିକ୍ଷାର୍ଥୀ ଙ୍କୁ ମାନପତ୍ର ପ୍ରଦାନ କରି ପୁରସ୍କୃତ କରାଯାଇଥିଲା। ଶେଷରେ ଶିକ୍ଷକ ଅଜୟ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।