Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ

କନ୍ଧମାଳ: (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ପରିବାର ଲୋକେ ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତକ ହେଉଛନ୍ତି ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ। ଜେଲରେ ଅସୁସ୍ଥ ହେବା ପରେ ତାଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଜେଲରେ ତାଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ପ୍ରକାଶ ଯେ, ଗଞ୍ଜେଇ ଚାଲାଣ ମାମଲାରେ ତାଙ୍କ ନାମରେ ୱାରେଣ୍ଟ ଥିଲା। ସେ ଚଳିତ ମାସ ୧୫ ତାରିଖରେ ଆତ୍ମସମର୍ପଣ କରିଥିଲେ। ତାଙ୍କର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କୋର୍ଟ ବିଚାରଧୀନ କଏଦୀ ଭାବେ ଫୁଲବାଣୀ ଜିଲ୍ଲା କାରାଗାର କୁ ପଠାଇଥିଲେ l ବୁଧବାର କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ଗୁରୁବାର ମେଡ଼ିକାଲ ଛକଠାରେ ରାସ୍ତାରୋକ ହୋଇଛି। ମୃତକଙ୍କ ପରିବାର ଓ ଗ୍ରାମବାସୀ ମିଶି ପ୍ରତିବାଦ କରିଛନ୍ତି l ଶତାଧୂକ ଲୋକ ମେଡ଼ିକାଲ ସାମ୍ନାରେ ମୁଖ୍ୟ ରାସ୍ତା ଉପରେ ବସି ରହିବା ଫଳରେ ଏହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି।
ସୂଚନାଯୋଗ୍ୟ, ମଙ୍ଗଳବାର ସ୍ଥାନୀୟ ମଣ୍ଡଳ କାରାଗାରରେ ଥିବା ବିଚାରାଧୀନ କଏଦୀ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡିମିରିଗୁଡା ଗ୍ରାମର ଅଭିରାମ ଦିଗାଲଙ୍କୁ ଅସୁସୁ ଅବସ୍ଥାରେ ଜେଲ କର୍ତ୍ତୃପକ୍ଷ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିଲେ। ତେବେ ବୁଧବାର ଚିକିତ୍ସାଧୀନଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଜେଲରେ ଶାରୀରିକ ନିର୍ଯାତନା ଦିଆଯିବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥ‌ିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏନେଇ ମୃତକଙ୍କ ଭାଇ ସ୍ଥାନୀୟ ଟାଉନ ଥାନାରେ ଏତଲା ଦେଇଛନ୍ତି। ଦୋଷୀ ଜେଲ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ଏହି ରାସ୍ତାରୋକରେ ବିଜେପିର ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ, ବିଧାନସଭା ପ୍ରାର୍ଥୀ ଉମାଚରଣ ମଲ୍ଲିକ, ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ପ୍ରମୁଖ ସାମିଲ ହୋଇଥ‌ିବା ଦେଖ‌ିବାକୁ ମିଳିଛି।