Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଡିଶାରେ ତୃତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ, ମଇଦାନରେ ହେଭିୱେଟ ନେତା

ଭୁୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠୁ ମେ ୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ । ଏହି ପର୍ଯ୍ୟାୟରେ ୬ଟି ଲୋକସଭା ସିଟ୍ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ଭୁୁବନେଶ୍ୱର ଓ ପୁରୀ ସହ ଏହାର ଅଧିନରେ ଥିବା ୪୨ ବିଧାନସଭା ସିଟରେ ମଧ୍ୟ ନିର୍ବାଚନ ହେବ ।

ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜିଠୁ ମେ ୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ । ମେ ୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ ଏବଂ ମେ ୯ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇ ପାରିବ । ତୃତୀୟ ପର୍ଯ୍ୟାୟରେ ଅନେକ ହେଭିୱେଟ ନେତା ମଇଦାନରେ ଅଛନ୍ତି । ଏଥିରେ ବିଜେପିର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅପରାଜିତା ଷଡଙ୍ଗୀ, ଭର୍ତ୍ତୃହରି ମହତାବ, ସମ୍ବିତପାତ୍ର, ରୁଦ୍ର ନାରାୟଣ ପାଣି ସାମିଲ । ବିଜେଡିରୁ ପ୍ରଣବ ପ୍ରକାଶ ଦାସ, ମନ୍ମଥ ରାଉତରାୟ, ଅରୂପ ପଟ୍ଟନାୟକଙ୍କ ପରି ନେତା ସାମିଲ ।

ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ପୁରୁଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ରହିଛନ୍ତି। ସୂଚନାଯୋଗ୍ୟ, ଓଡିଶାରେ ଏକସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ୪ଟି ପର୍ଯ୍ୟାୟରେ ମତଦାନ ହେବ । ମେ ୧୩ରେ ପ୍ରଥମ ପର୍ଯ୍ୟାୟ, ମେ ୨୦ରେ ଦ୍ୱିତୀୟ, ମେ ୨୫ରେ ତୃତୀୟ ଓ ଜୁନ ୧ରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେବ ।