Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୬ଟି ଆସନରେ ପ୍ରାର୍ଥୀ ଦେଲା ବିଜେପି

ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ କହିଛନ୍ତି, କେନ୍ଦୁଝର ଜିଲ୍ଲା ଘସିପୁରାରେ ବ‌ିଜେପି ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି। ସେହିପରି ବାଲେଶ୍ବର ଜିଲ୍ଲା ଭୋଗରାଇରେ ଆଶିଷ ପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀରେ ସୁଧାଂଶୁ ନାୟକ, ଯାଜପୁର ଜିଲ୍ଲା ବରୀରେ ଉମେଶ‌ ଜେନା, ବାରବାଟୀ କଟକରେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ପ୍ରକାଶ ରଣ ବିଜୁଲିଙ୍କୁ ବିଜେପି ଟିକେଟ୍‌ ମିଳିଛି। ତେବେ ବିଜେପି ଏପର୍ଯ୍ୟନ୍ତ ୧୪୬ଟି ଆସନରେ ପ୍ରାର୍ଥୀ ଘୋଷଣା ସରିଛି। ‌