Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭୁବନେଶ୍ବରରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭୁବନେଶ୍ବର: ରାଜଧାନୀରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ । ଭରତପୁର ଥାନା ଅଞ୍ଚଳର ଏକ ବସ୍ତିରେ ଘଟଣା ଘଟିଛି । ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ମୃତ ବିଷ୍ଣୁପ୍ରିୟା ଅନ୍ୟ ଜଣେ ଯୁବତୀଙ୍କ ସହ ଭଡ଼ା ଘରେ ରହୁଥିଲେ । ଗୁରୁବାର ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ଘଟିଥିବା ବେଳେ ଗତକାଲି ପୋଲିସ ଶବ ଜବତ କରିଥିଲା । ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ବର୍ତ୍ତମାନ ଫେରାର ଅଛନ୍ତି ।

ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରିଥିଲେ । ତେବେ ଭରତପୁର ଥାନା ପୋଲିସ ହତ୍ୟା ଅଭିଯୋଗକୁ ଖଣ୍ଡନ କରିଛି ।