Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆସୁଛି କାଳବୈଶାଖୀ, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର: କମିବ ଦିନର ତାପମାତ୍ରା । ଅସହ୍ୟ ଗୁଳୁଗୁଳି ଓ ରୁଦ୍ରତାପରୁ ମିଳିବ ମୁକ୍ତି । ଆଉ ଦହଗଞ୍ଜ କରିବନି ଅସହ୍ୟ ଖରା । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିବ । ଏମିତି କିଛି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋସିଆଲ ମିଡିଆ Xରେ ଏକ ପୋଷ୍ଟ କରାଯାଇଛି । ଏଥିରେ କୁହାଯାଇଛି, ଦିନର ତାପମାତ୍ରା କମିବା ସହ ତାତିରୁ ଆଶ୍ୱସ୍ତି ମିଳିବ । ଆଗାମୀ ଦୁଇ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରାରେ ହ୍ରାସ ଘଟିବା ସମ୍ଭାବନା ରହିଛି।
ସେହିପରି ଅନ୍ୟ ଏକ X ପୋଷ୍ଟରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ କିଛି ପାଶ୍ୱବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗତକାଲି ୨୬ ସହରର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରିଥିଲା ।