Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବ୍ରହ୍ମପୁର ଓ ନବରଙ୍ଗପୁରରେ ଆଜି ମୋଦିଙ୍କ ବିଶାଳ ଜନସମାବେଶ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବ୍ରହ୍ମପୁର ଓ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ । ସକାଳ ୧୦ଟାରେ ବ୍ରହ୍ମପୁର ଓ ଦିନ ସାଢ଼େ ୧୨ଟାରେ ନବରଙ୍ଗପୁର ପାପଡ଼ାହାଣ୍ଡିରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି ।
ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ସାଧାରଣ ସଭାକୁ ଉଦବୋଧନ ଦେବେ ମୋଦି । ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ରହିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ପାଇଁ SPG ସହ ୩୦ ପ୍ଲାଟୁନ୍ ଫୋର୍ସ, ବମ୍ ସ୍କ୍ୱାଡ୍ ଓ ସନ୍ଧାନୀ କୁକୁର ମୁତୟନ କରାଯାଇଛି ।
ଗତକାଲି ରାତିରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନବନ୍ଦରରୁ କଡ଼ା ସୁରକ୍ଷା ବଳୟ ଭିତରେ ସିଧା ରାଜଭବନକୁ ଯାଇଥିଲେ । ସେଠାରେ ରାତ୍ରି ଯାପନ କରିଥିଲେ ପ୍ରଧାନମନ୍ତ୍ରୀ । ବିମାନ ବନ୍ଦର ଭିତରେ ଓ ବାହାରେ ମୋଦିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ ବିଜେପି ନେତା ଓ କର୍ମୀ ।
ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ଦେଖିବା ଲାଗି ହଜାର ହଜାର ଲୋକେ ରାସ୍ତାର ଦୁଇ ପାର୍ଶ୍ୱରେ ଅପେକ୍ଷା କରି ରହିଥିଲେ । ମୋଦି ଗାଡ଼ିରେ ବସି ଲୋକଙ୍କୁ ହାତ ହଲାଇ ଧନ୍ୟବାଦ ଜଣାଇଥିଲେ ।