୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ରଚିବ ତାଣ୍ଡବ, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ବର: ବର୍ଷା ତାତିରୁ ତ୍ରାହି ଦେଇଛି ସତ, ହେଲେ କାଳବୈଶାଖୀ ଚିନ୍ତାର କାରଣ ପାଲଟିଛି । ସକାଳେ ଖରା ଓ ଅପରାହ୍ନରେ ହେବ କାଳବୈଶାଖୀ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ।
ଖାସ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହୁଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି । ଏହାକୁ ନଜରରେ ରଖି ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଟ୍ଵିନସିଟିରେ ୪୦ ଡିଗ୍ରୀ ତଳେ ରହିବ ପାରଦ । ଅପରାହ୍ନରେ ଘଡଘଡି ସହିତ ବର୍ଷା ହେବ ତା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହୁଛି । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ।