Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଯାଏ ବନ୍ଦ ରହିବ ଜଗା ଦର୍ଶନ। ସନ୍ଧ୍ୟା ୬ଟାରୁ ୧୦ଟା ଯାଏ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦିଆଯାଇଛି। ଆଜି ବୈଶାଖ-କୃଷ୍ଣ ଦ୍ଵାଦଶୀ ତିଥି ପଡ଼ୁଥିବାରୁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ।

ଏହି ନୀତି ଗୁପ୍ତ ନୀତି ହୋଇଥାଏ। ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ସନ୍ଧ୍ୟା ୬ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ