Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମିଶନ ଶକ୍ତି ମହିଳାଙ୍କୁ ଡରାଉଛନ୍ତି ବିଜେପି ନେତା: ବିଜେଡି

ଭୁବନେଶ୍ବର: ସମ୍ବଲପୁରରେ ବିଜେପି ନେତା ମିଶନ ଶକ୍ତି ମହିଳାଙ୍କୁ ଡରାଉଥିବା ଅଭିଯୋଗ । କେବଳ ଡରାଉ ନାହାନ୍ତି ଖରାପ ଭାଷାରେ ଗାଳିଗୁଲଜ କରିବା ସହ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହେଲା ବିଜେଡି ।
ସମ୍ବଲପୁର ଜିଲ୍ଲାର ପୂର୍ବତନ ଏମପିଙ୍କ ନୋମିନି ତଥା ବିଜେପି ନେତା ନରେଶ ସିଂ ଠାକୁରଙ୍କ ବିରୋଧରେ ହୋଇଛି ଏମିତି ଅଭିଯୋଗ । ବାମରା ବ୍ଲକର ଏମବିକେ, ଆଶା, ଅଙ୍ଗନୱାଡ଼ି କର୍ମୀଙ୍କୁ ଡରାଇବା ଓ ଧମକାଇବା ସହିତ ଫୋନରେ ଅଶୀଳ ଭାଷାରେ ଗାଳି କରୁଛନ୍ତି । ଏହାର ଏକ ଅଡିଓ ରେକର୍ଡିଂକୁ ନିର୍ବାଚନ କମିଶନଙ୍କ ପାଖରେ ଦେଇ ସମ୍ପୃକ୍ତ ମହିଳାଙ୍କ ସୁରକ୍ଷା ଦାବି କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି ।
ବିଜେପି ନେତାଙ୍କ ଭୟରେ ଏମବିକେ, ଏସଏସଜି ମହିଳାମାନେ ଘରୁ ବାହାରି ପାରୁନାହାନ୍ତି । ବିଜେପି ନେତାଙ୍କ ଗୁଣ୍ଡାଗର୍ଦ୍ଦି ଏବେ ଚରମ ସୀମାରେ ପହଁଚି ଥିବା ଅଭିଯୋଗ କରି ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସିଇଓଙ୍କୁ ନିବେଦନ କରିଛି ବିଜେଡି ।
ସୂଚନାଯୋଗ୍ୟ, ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ବାମରା ବ୍ଲକ ଅଞ୍ଚଳର ବିଜେପି ନେତା ଏବେ ମହିଳାଙ୍କୁ ଟାର୍ଗେଟ କରୁଛନ୍ତି । ମିଶନ ଶକ୍ତିରେ କାମ କରୁଥିବା ମହିଳାଙ୍କ ବ୍ୟକ୍ତିଗତ ଜୀବନରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି । ସେମାନଙ୍କର ଫୋନ ଟାପିଂ କରୁଛନ୍ତି । ପୁଣି ଧମକଚମକ ଦେଉଛନ୍ତି । ବିଜେପି ନେତାଙ୍କ ମାନସିକ ନିର୍ଯାତନା ଅସହ୍ୟ ହେବାରୁ ଶେଷରେ ମହିଳାମାନେ ଥାନାର ଦ୍ବାରସ୍ଥ ହୋଇଛନ୍ତି ।