Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀରେ ତାଙ୍କର ଏକ ରୋଡ୍‌ ସୋ’ କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ପହଞ୍ଚିବେ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। ରାଜଭବନରେ ରାତ୍ରୀଯାପନ କରିବେ। ୨୦ ତାରିଖରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେବେ। ପରେ ଏକ ରୋଡ୍‌ ସୋ’ରେ ସାମିଲ ହେବେ। ସକାଳ ସାଢ଼େ ୯ଟାରେ ଅନୁଗୁଳ ଓ ସାଢ଼େ ୧୧ଟାରେ କଟକ ଜିଲ୍ଲା ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତାକାଲି ୩ଟି ଜନସଭାକୁ ସମ୍ବୋଧିତ କରିବେ। ସକାଳ ୧୦ଟାରେ ସମ୍ବଲପୁର ରେଢ଼ାଖୋଲର ନାକଟିଦେଉଳ, ୧୧ଟା ୪୦ରେ କେନ୍ଦୁଝରର ପାଟଣା ଓ ଅପରାହ୍‌ଣ ସାଢ଼େ ଗୋଟାଏରେ ଖୋର୍ଦ୍ଧାଠାରେ ଜନସଭାକୁ ସମ୍ବୋଧିତ କରିବେ। ଅପରାହ୍‌ଣ ୨ଟା ୫୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ।