Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଝାରସୁଗୁଡ଼ା ଉପନିର୍ବାଚନ; ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

 ଝାରସୁଗୁଡା: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ସରଗରମ ରାଜନୀତି। ନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ଗତ ୧୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଆଜି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟଙ୍କଧର ସକାଳେ ଝାଡ଼େଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ପରେ ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଠାରୁ ଦଳୀୟ ଟିକେଟ୍ ଗ୍ରହଣ କରି ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ।

ସୂଚନା ଅନୁଯାୟୀ ଆସନ୍ତାକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନ ପତ୍ର ଦାଖଲ କରିବେ। ଆସନ୍ତା ମେ ୧୦ରେ ଅନୁଷ୍ଠିତ ହେବ ଝାରସୁଗୁଡା ଉପନିର୍ବାଚନ। ୧୩ରେ ପ୍ରକାଶ ପାଇବ ଫଳ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ