ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା ରେମାଲ । ଭୟଙ୍କର ରୂପ ଧରି ସମୁଦ୍ର ମଧ୍ୟରେ ବଳ ଗୋଟାଉଛି । ବର୍ତ୍ତମାନ ଏହା ଉତ୍ତର ଦିଗରେ ଗତି କରୁଛି । ସାଗର ଆଇଲାଣ୍ଡରୁ ୨୯୦ କିମି, ଖେପୁପରାରୁ ୩୦୦ କିମି ଦୂରରେ ରହିଛି । ଆଜି ମଧ୍ୟରାତ୍ରରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବ ।
ବାତ୍ୟା ରେମାଳ ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୨୦ରୁ ୧୩୦ କିମି ବେଗରେ ପବନ ବହିବ । ବାତ୍ୟା ପ୍ରଭାବରେ ରାଜ୍ୟର ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ବର୍ଷା ହେବ । ଏହାସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତାକାଲି ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସମସ୍ତ ବନ୍ଦରକୁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।