Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୪୧ କେଜି ୧୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ବାଇକ କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇ ଜଣ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ । ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ପୋଲିସ୍ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ଖବର ପାଇବା ପରେ ପେଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିଲା । ଗଞ୍ଜେଇ ଧରି ଯାଉଥିବା ବାଇକ ନଂ.ସିଜି-୨୨-ଏଲ- ୪୬୪୮ ଟି ଦୃତ ଗତିରେ ଯାଉଥିବା ବେଳେ ବାଲିଗୁଡା ଥାନା ସିନ୍ଦ୍ରିଗାଁ ପଞ୍ଚାୟତ କିଲାରଘାଟ ନିକଟରେ କାବୁ କରିବାରେ ସକ୍ଷମ ହୋଇଥିଲା ପୋଲିସ୍ । ସେଥିରୁ ୪୧ କେଜି ୧୦୦ ଗ୍ରାମ ବେଆଇନ୍ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ମାଫିଆଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଜବତ ଗଞ୍ଜେଇ ବାଲିଗୁଡ଼ା ଥାନା ଅଞ୍ଚଳରୁ ବାହାର ରାଜ୍ୟକୁ ଚୋରା ହେଉଥିବା ବେଳେ ଗିରଫ ଦୁଇ ଜଣ ହେଲେ ଛତିଶଗଡର ଦେଓଭୋଗ ଅଞ୍ଚଳର ସମୀର ସୋନୀ ଓ ଶ୍ୟାମଲାଲ ସୋନୀ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଏନେଇ ବାଲିଗୁଡ଼ା ଥାନା କେଶ୍ ନଂ.୧୦୩/୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବିଷୟ ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫ୍ ପ୍ରକାଶ କରିଛନ୍ତି ।