ଭୁବନେଶ୍ବର: ଦେଶରେ ଶେଷ ପର୍ଯ୍ୟା ମତଦାନ ଚାଲିଛି । ଦେଶରେ ସପ୍ତମ ପର୍ଯ୍ୟାୟ ଓ ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟରେ ମତଦାନ ହେଉଛି । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଦେଖିବାକୁ ମିଳିଛି । ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ବର ଓ ମୟୂରଭଞ୍ଜସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି ।
ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି ।
୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ ବୁଥ୍ କରାଯାଇଛି । ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି । ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି । ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।