Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ

କେନ୍ଦୁଝର: ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ ଘଟିଛି । ନିଜର ପୈତୃକ ଘର କେନ୍ଦୁଝର ଜିଲ୍ଲା ସ୍ଥିତ ବୈଦରାଜ ସାହିରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା ।

ଦୀର୍ଘ ଦିନରୁ ରୋଗାଗ୍ରସ୍ତ ଥିଲେ ମାଗୁଣି କୁଅଁର । ଏଥିପାଇଁ ବାରମ୍ବାର ତାଙ୍କୁ ମେଡିକାଲରେ ଭର୍ତ୍ତି ହେବାକୁ ପଡ଼ୁଥିଲା । ଆଜି ଭୋରରୁ ମାଗୁଣି କୁଅଁର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର । ସେଥିପାଇଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ । ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାଗୁଣି କୁଅଁରଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ । ମାଗୁଣୀ କୁଅଁରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି