Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ବସିବ ମୋଦି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ !

ନୂଆଦିଲ୍ଲୀ: ଗତକାଲି ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେଇଛନ୍ତି । ଏହାସହ ତାଙ୍କ ମନ୍ତ୍ରୀ ପରିଷଦ ମଧ୍ୟ ଶପଥ ନେଇଛନ୍ତି । କାଲି ଶପଥ ଗ୍ରହଣ ସରିଥିବା ବେଳେ ଆଜି ତୃତୀୟ ପାଳି ସରକାରର ପ୍ରଥମ କ୍ୟାବିନେଟ ବୈଠକ ବସିବ ବୋଲି ଜଣାପଡିଛି । ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ଏହି ବୈଠକ ବସିପାରେ । ସେଠାରେ ଶହେ ଦିନ କାର୍ଯ୍ୟ ଖସଡା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି ।

 ଆଜି ବସିବାକୁ ଥିବା କ୍ୟାବିନେଟ ବୈଠକ ପୂର୍ବରୁ ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇ ପାରେ ବୋଲି ସୂଚନା ମିଳୁଛି । ବିକଶିତ ଭାରତ ମିଶନ ତଥା ମୋଦି ଗ୍ୟାରେଣ୍ଟିକୁ ନଜରରେ ରଖି ମନ୍ତ୍ରୀଙ୍କୁ ବିଭାଗ ମିଳିପାରେ ।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ କ୍ୟାବିନେଟ୍ ଶପଥ ନେଇଥିଲା। ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ତାଙ୍କ ସହ ଶପଥ ନେଇଥିଲେ ଏନଏଡି ସରକାରର ୭୧ ଜଣ ମନ୍ତ୍ରୀ । ସେମାନଙ୍କ ଭିତରେ ୩୦ ଜଣ କ୍ୟାବିନେଟ୍, ୫ ଜଣ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଓ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି ।

ବିଜେପିର ୬୧ ଓ ସହଯୋଗୀ ଦଳର ୧୧ ଜଣଙ୍କୁ ମିଳିଛି ମନ୍ତ୍ରୀପଦ । ମନ୍ତ୍ରିମଣ୍ଡଳରେ ମୋଟ୍ ୨୪ ରାଜ୍ୟକୁ ପ୍ରତିନିଧିତ୍ବ ମିଳିଛି । ୩୦ କ୍ୟାବିନେଟ୍ ମନ୍ତ୍ରୀଙ୍କ ଭିତରେ ବିଜେପିର ୨୫ ଓ ସହଯୋଗୀ ଦଳର ୫ ଜଣ ଅଛନ୍ତି । ୭୨ ଜଣିଆ ମନ୍ତ୍ରିମଣ୍ଡଳରେ ୩୯ ଜଣ ପୂର୍ବରୁ କେନ୍ଦ୍ରରେ ମନ୍ତ୍ରୀ ଥିଲେ । ତେବେ କାହାକୁ କେଉଁ ମନ୍ତ୍ରାଳୟ ମିଳିବ ଏବେ ଯାଏଁ ସ୍ପଷ୍ଟ ହୋଇନି ।

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ପୁରୁଣା ଓ ନୂଆ ଚେହେରା । ମୋଦି 2.Oରେ ଥିବା ଏକାଧିକ ମନ୍ତ୍ରୀ ଏଥର ରିପିଟ୍ ହୋଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ରାଜନାଥ ସିଂ, ଅମିତ ଶାହ, ନୀତିନ ଗଡକରୀ, ନିର୍ମଳା ସୀତାରମଣ, ଏସ୍. ଜୟଶଙ୍କର, ପୀୟୂଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଭୂପେନ୍ଦ୍ର ଯାଦବ, କିରଣ ରିଜିଜୁ, ଜିତେନ୍ଦ୍ର ସିଂ ।

ସେହିପରି ହରଦୀପ ସିଂ ପୁରୀ, ମନସୁଭ ମାଣ୍ଡଭିୟ, ସର୍ବାନନ୍ଦ ସୋନୋୱାଲ, ଗିରିରାଜ ସିଂ, ଗଜେନ୍ଦ୍ର ସିଂ ଶେଖାୱତ, ଅର୍ଜୁନ ରାମ ମେଘୱାଲ, ଅନୁପ୍ରିୟା ପଟେଲ, ପ୍ରହଲ୍ଲାଦ ଯୋଶୀ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଭଳି ଏକାଧିକ ସାଂସଦଙ୍କୁ ପୁଣି ଥରେ ମୋଦି 3.0ରେ ସ୍ଥାନ ମିଳିଛି । ଏମାନଙ୍କ ବ୍ୟତୀତ ମୋଦି କ୍ୟାବିନେଟକୁ ଫେରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ସେ ୨୦୧୪ରୁ ୨୦୧୯ ଯାଏଁ ମୋଦିଙ୍କ ପ୍ରଥମ ପାଳି ସରକାରରେ ମନ୍ତ୍ରୀ ଥିଲେ । ଶିବରାଜ ସିଂ ଚୌହ୍ୱାନ, ମନୋହଲ ଲାଲ ଖଟ୍ଟର, ଏଚ୍.ଡି. କୁମାରସ୍ୱାମୀ, ଜିତନରାମ ମାଞ୍ଝୀଙ୍କ ଭଳି ପୂର୍ବତନ ମୁଖ୍ୟମନ୍ତ୍ରୀ ବି କ୍ୟାବିନେଟ୍ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ