Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଦ୍ୟୁତ ଆଘାତରେ କର୍ମଚାରୀ ଗୁରୁତର, କଟକ ସ୍ଥାନାନ୍ତର

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ କନ୍ଧମାଳ ଜିଲ୍ଲା ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ସୋମବାର ସକାଳେ ଫୁଲବାଣୀ କୋର୍ଟ ଛକ ନିକଟରେ ଥିବା ଏକ ବିଦ୍ୟୁତ ଟ୍ରାନ୍ସଫର୍ମର ମରାମତି କାମ ଚାଲିଥିଲା। ଏଥିରେ ନିୟୋଜିତ ଥୂବା ବିଦ୍ୟୁତ କର୍ମଚାରୀ ସମରେନ୍ଦ୍ର ହଠାତ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ଥୂବାରୁ ତାଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି l