Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ସମେତ ୯ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଆଉ କିଛି ସମୟ ପରେ ଓଡ଼ିଶା ପାଇବ ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ପ୍ରଥମ ଥର ଏକାକୀ ସରକାର ଗଢ଼ିବାକୁ ଯାଉଥିବା ବେଳେ ଆଜି ଜନତା ମଇଦାନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେଉଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏକାଧିକ କେନ୍ଦ୍ରମନ୍ତ୍ରୀ ଓ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେଉଛନ୍ତି ।

ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ୯ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ପହଞ୍ଚି ସାରିଛନ୍ତି । ଶପଥ ଗ୍ରହଉ ଉତ୍ସବ ପୂର୍ବରୁ ମୋଦି ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଥମେ ମୋହନ ମାଝୀ ଶପଥ ନେବେ । ତା’ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ ଶପଥ ନେବେ । ତା’ପରେ ଅନ୍ୟ ମନ୍ତ୍ରୀମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।

ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ