ସ୍ତ୍ରୀକୁ ଛାଡି ଶାଳୀକୁ ହାଣିଲେ, ଘଟଣା ସ୍ଥଳରୁ ଚମ୍ପଟ ମାରିଲେ


କଣ୍ଟାବାଞ୍ଜି: ରାଗ ସବୁ ବିପଦର କାରଣ । ରାଗ ଉପରେ ନିୟନ୍ତ୍ରଣ ହରାଇଲେ ହୋଇତାଏ ଅନର୍ଥ । ଏହା ଅକ୍ଷରେ ଅକ୍ଷରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି । ସ୍ତ୍ରୀଙ୍କ ଉପରେ ସ୍ବାମୀ ଏତେ ରାଗି ଯାଇଥିଲେ ଯେ, ହିତାଧିତ ଜ୍ଞାନ ଭୁଲି ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କଲେ । ହେଲେ, ଏହି ଆକ୍ରମଣରୁ ପତ୍ନୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଶାଳୀ ଶିକାର ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ଲାଠୋର ଥାନା କୁରୁଆଝେର ଗାଁ ସୁରେଶ ତାଣ୍ଡି କଣ୍ଟାବାଞ୍ଜି ଥାନା କୁଲିଆଦରୋ ଗାଁର ବିଜୟ କୁମ୍ଭାରଙ୍କ ବଡ଼ ଝିଅକୁ ବିବାହ କରିଥିଲେ । ବାହାଘର ପରେ ପାରିବାରିକ ଜୀବନ ଠିକଠାକ ଚାଲିଥିଲା । ଆଜି କୌଣସି କଥାକୁ ନେଇ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ବିଜୟ ଏକ ଟାଙ୍ଗିରେ ତାଙ୍କ ପତ୍ନୀଙ୍କୁ ଆକ୍ରମଣ କରିବାକୁ ଆସୁଥିଲେ । ହେଲେ ତାଙ୍କୁ ବିରୋଧ କରିଥିଲେ ଶାଳୀ ବାସୁବତୀ କୁମ୍ଭାର । ତେଣୁ ଟାଙ୍ଗିଆ ଚୋଟଟି ତାଙ୍କ ଦେହରେ ବାଜିଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ ।

ପରିବାର ଲୋକେ ବାସୁମତୀଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏନେଇ ଅଭିଯୋଗ ପରେ କଣ୍ଟାବାଞ୍ଜି ଥାନା ପୋଲିସ ଏକ ମାମଲା ରୁଜୁ କରି ମେଡ଼ିକାଲ୍‌ରେ ପହଞ୍ଚି ପଚରାଉଚରା କରୁଛି । ସେପଟେ ଘଟଣା ଘଟିବା ପରଠାରୁ ସୁରେଶ ଫେରାର ହୋଇଯାଇଛନ୍ତି ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.