ଓଡିଶାର ସିବିଆଇର ବଡଧରଣର ଚଢାଉ, ୬୭ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର: ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ ଧରଣର ରେଡ୍ । ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ୍ ଜାଲ୍ ନେଇ ସିବିଆଇ ରେଡ୍ କରିଥିବା ସୂଚନା ମିଳିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୬୭ଟି ସ୍ଥାନରେ ରେଡ୍ ଜାରି ରହିଛି । କଳାହାଣ୍ଡି, ନୂଆପଡା, ରାୟଗଡା, ବାଲେଶ୍ୱର, ଭଦ୍ରକ ଅଞ୍ଚଳରେ ରେଡ୍ ଜାରି ରହିଥିବା ଜଣାଯାଇଛି । ରେଡରେ ସିବିଆଇର ୧୨୨ ଅଫିସରଙ୍କ ସହ ୨୦୪ ଅଫିସର ସାମିଲ ଅଛନ୍ତି । ପୋଷ୍ଟାଲ ସର୍ଭିସ ନିର୍ଦ୍ଦେଶକଙ୍କ ପକ୍ଷରୁ ସିବିଆଇରେ ଅଭିଯୋଗ ହୋଇଥିଲା । ପ୍ରାର୍ଥୀଙ୍କ ଭିତରୁ ୬୩ ଜଣ ଜାଲ୍ ସାର୍ଟିଫିକେଟ୍ ଦେଇଥିବା ଅଭିଯୋଗ ଥିଲା । ନିର୍ଦ୍ଦେଶକଙ୍କ ଅଭିଯୋଗ ଆଧାରରେ ସିବିଆଇ ପକ୍ଷରୁ ଆଜି ଏହି କାର୍ଯ୍ୟାନୁଷ୍ଠାନ ନିଆଯାଉଛି ।