Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶାବାସୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ୱସ୍ତି, ୧୭ରୁ ବଢିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ବସ୍ତି । ତେବେ ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଲାଗିରହିବ। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୭ ତାରିଖଠାରୁ ସାରା ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏବେ ସୁଦ୍ଧା ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।

ସେପଟେ ପଶ୍ଚିମ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଲାଗିରହିଛି। ବାରିପଦାଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରି ରେକର୍ଡ ହୋଇଛି। ଯେତେବେଳେ କି ବୌଦ୍ଧରେ ୪୨.୧, ଝାରସୁଗୁଡ଼ାରେ ୪୧.୯, ସୁନ୍ଦରଗଡ଼ରେ ୪୧.୬, ରାଉରକେଲାରେ ୪୦.୮, ନୂଆପଡ଼ାରେ ୪୦.୪, ସମ୍ବଲପୁରରେ ୪୦.୩ ଡିଗ୍ରି ରହିଥିଲା। ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ଗଞ୍ଜାମ ପରି ଜିଲ୍ଲାଗୁଡ଼ିକରେ ତାପମାତ୍ରା କମ୍ ରହିଥିଲେ ମଧ୍ୟ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ଏଭଳି ଗୁଳୁଗୁଳି ଲାଗିରହିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ