Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ। ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି  ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ବିଶେଷ ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ  ।

ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର  ।  ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।