Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ରୁକ୍ମିଣୀ ହରଣ ଏକାଦଶୀ, ମହାପ୍ରଭୁ ଜଗନ୍ନାଥଙ୍କ ବିବାହ

ପୁରୀ: ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି ମଧ୍ୟ  କୁହାଯାଇଥାଏ । ଆଜି ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ ।

ଏହି ବିବାହ ମହୋତ୍ସବ ନିମନ୍ତେ ମା’ ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ ।

ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ତେଣୁ ଏହି ପରମ୍ପରା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀ ରୂପୀ ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣ ରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରି ନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ ।

ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ ।