ବଜେଟ୍ ପାଇଁ ରାଜ୍ୟବାସୀଙ୍କ ମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ଆଗକୁ ଆସିବ ରାଜ୍ୟ ବଜେଟ୍ । ତା’ ପୂର୍ବରୁ ରାଜ୍ୟବାସୀଙ୍କ ମତାମତା ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବଜେଟ୍ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ । ତେଣୁ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତରେ କରାଯିବାର ଆବଶ୍ୟକତା ରହିଛି ।

୨୦୨୪-୨୦୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ ପାଇଁ ଏକ ନିର୍ଦ୍ଦିଷ୍ଟ ଫର୍ମାଟ୍ ତିଆରି କରିଛି । ୱେବ ପୋର୍ଟାଲ ହେଉଛି budget.odisha.gov.in । ସେହିପରି odisha.budget@gov.in ଠିକଣାରେ ଇ-ମେଲ୍ ମଧ୍ୟ କରିପାରିବେ ।

94381-61111 ମୋବାଇଲ୍ ନମ୍ବରରେ ବଜେଟ୍ ସମ୍ବନ୍ଧୀୟ ମତାମତ ଏସଏମଏସ୍ କରିହେବ । ଏତିକି ନୁହେଁ, ଫେସବୁକ, ଇନଷ୍ଟାଗ୍ରାମ୍ ମାଧ୍ୟମରେ ମଧ୍ୟ ମତ ପଠାଇ ପାରିବେ । ଏସବୁ ଜରିଆରେ ସାଧାରଣ ଜନତା ବିଭିନ୍ନ ସଂଗଠନ ନିଜର ମତାମତ ଜୁନ୍ ୨୦ରୁ ଜୁଲାଇ ୫ ତାରିଖ ଯାଏଁ ପଠାଇ ପାରିବେ ବୋଲି ସିଏମଓ ପକ୍ଷରୁ କୁହାଯାଇଛି ।