Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବରିଷ୍ଠ ଆଇନଜୀବୀ ଲକ୍ଷ୍ମୀକାନ୍ତ ଅଧିକାରୀଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ

ପାରଳାଖେମୁଣ୍ଡି:୨୩/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରର ସାନ ବ୍ରାହ୍ମଣ ସାହି ବାସିନ୍ଦା ବରିଷ୍ଠ ଆଇନଜୀବୀ ଲକ୍ଷ୍ମୀକାନ୍ତ ଅଧିକାରୀଙ୍କ ମୃତ୍ୟୁ ଘଟିଛି l ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା ମୃତ୍ୟୁ ସମୟରେ ତାଙ୍କର ଦୁଇ ପୁଅ, ଝିଅ ଓ ଜ୍ବାଇଁ ସମେତ ପରିବାର ଉପସ୍ଥିତ ଥିଲେ ତାଙ୍କର ମୃତ୍ୟୁରେ ଏ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି l ସେ ଜଣେ ମିଷ୍ଠ ଭାଷୀ ଓ ମେଳାପି ଥିଲେ l ଓକିଲାତି କ୍ଷେତ୍ରରେ ଗଜପତି ଜିଲ୍ଲାରେ ତାଙ୍କର ଦବ ଦବା ରହିଥିଲା l ତାଙ୍କର ମୃତ୍ୟୁରେ ଆଇନଜୀବୀ, ବୁଦ୍ଧିଜୀବୀ ମହଲରେ ଏକ ପ୍ରକାର ଶୋକର ଛାୟା ଖେଳାଇ ଦେଇଛି

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l