ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ


ନୂଆଦିଲ୍ଲୀ: ଓଡ଼ିଶାରେ ସରକାର ବଦଳିବା ପରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି । ସେମାନେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ।
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ସୌଜନ୍ଯମୂଳକ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ପରେ ସେମାନେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ ।
ଏହା ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ।