Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଋବିବାର ରାଜଧାନୀରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ, ଯୋଗ ଦେବେ ସବୁ ମନ୍ତ୍ରୀ, ସାଂସଦ ଓ ବିଧାୟକ

ଭୁବନେଶ୍ୱର: ବହୁମତ ସହ ପ୍ରଥମ ଥର ସରକାର ଗଢିଥିବା ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ବି ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ରବିବାର ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ୱମାନେ ମଧ୍ୟ ଉପସ୍ଥିତ ରହିବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି।

ଏହି କାର୍ଯ୍ୟକ୍ରମରେ ତିନି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବ ଯୋଗ ଦେବେ । ନିର୍ବାଚନ ଜିତିବା ପରେ ପ୍ରଥମ ଥର ବିଜେପିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ । ଏ ନେଇ ପ୍ରଦର୍ଶନୀ ପଡିଆରେ ପ୍ରସ୍ତୁତି ଚାଲିଛି । ସୂଚନାଯୋଗ୍ୟ, ୨୦୨୪ ନିର୍ବାଚନରେ ବିଜେପି ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡିକୁ ବିତାଡିତ କରି ସରକାର ଗଢିଛି । ବିଜେପି ୭୮ ସିଟ୍ ଜିତିଥିବା ବେଳେ ବିଜେଡି ୫୧ ସିଟ୍ ଜିତି ପ୍ରଥମ ଥର ବିରୋଧୀ ଆସନରେ ବସିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ