Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଘୋଷଯାତ୍ରା:ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା,ନବଯୌବନ ଦର୍ଶନ ବି ବାରଣ

ପୁରୀ: ପୁରୀରେ ରଥଯାତ୍ରା ଦେଖିବେ ମହାମହିମା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ପ୍ରଥମ ଥର ପାଇଁ ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ ରାଷ୍ଟ୍ରପତି ।ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୯ ତାରିଖ ଯାଏ ରହିବେ ଓଡିଶାରେ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ। ୭ ତାରିଖରେ ଯିବେ ପୁରୀ।ପୁରୀରେ ଏଥର ଦୁଇ ଦିନ ହେବ ରଥଯାତ୍ରା। ଘୋଷଯାତ୍ରା ଦିନ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା। ନବଯୌବନ ଦର୍ଶନ ବି ସମ୍ପୂର୍ଣ୍ଣ ବାରଣ ହୋଇଛି। ବିକ୍ରି ହେବନି ପହଣ୍ଡି ଟିକେଟ୍। ସିଧା ରଥ ଉପରେ ଦିଅଁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଗତକାଲି ଛତିଶା ନିଯୋଗରେ ଅନୁମୋଦିତ ରଥଯାତ୍ରା ନୀତିକାନ୍ତି ଓ ବ୍ୟବସ୍ଥାବଳୀ ଉପରେ ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ମୋହର ବାଜିବା ପରେ ସ୍ପଷ୍ଟ ହୋଇଛି ଘୋଷଯାତ୍ରାର ଏହି ନିଷ୍ପତ୍ତି