Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରଚଣ୍ଡ ଖରା; ୬ ଜିଲ୍ଲାକୁ ହିଟ୍‌‌ୱେଭ୍‌ ଆଲର୍ଟ

ଭୁବନେଶ୍ୱର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ। ଆସନ୍ତା କାଲି ଯାଏ ତାତିର ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପ୍ରବଳ ଖରା ପାଇଁ ଆଜି ୬ ଜିଲ୍ଲାକୁ ହିଟ୍‌ ୱେଭ୍‌ ଆଲର୍ଟ ଜାରି କରାଯାଇଛି।

ସେହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ବୌଦ୍ଧ, ସୋନପୁର। ୨୧ ତାରିଖ ପରେ ତାପମାତ୍ରା କମିବା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ୨୨ ଏବଂ ୨୩ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ଯଦି ବର୍ଷା ହୁଏ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ