Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଧାନସଭାରେ ଉତ୍କଳମଣୀ ଗୋପବନ୍ଧୁ ଦାଶଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର ,(ରାଜାରାମ ଷଡଙ୍ଗୀ): ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉତ୍କଳମଣି ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସର ରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପଣ୍ଡିତ ଗୋପବନ୍ଧୁ ଏକା ଧାରା ରେ ଜଣେ ଦେଶସେବକ, ଜନ ନାୟକ, ସ୍ୱାଧୀନତା ସଂଗ୍ରାମୀ, କବି, ଲେଖକ ଓ ଆଦର୍ଶ ଶିକ୍ଷକ ଥିଲେ। ସତ୍ୟବାଦୀ ରେ ପ୍ରତିଷ୍ଠିତ ମଣିଷ ତିଆରି କାରଖାନା ସତ୍ୟବାଦୀ ବନବିଦ୍ୟାଳୟ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବ । ଓଡ଼ିଆ ନବଯୁଗ ର ପ୍ରବର୍ତ୍ତକ ଥିଲେ ଗୋପବନ୍ଧୁ ଥିଲେ ଗୋପବନ୍ଧୁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ଯ କହିଥିଲେ ଯେ, ଓଡିଆ ଭାଷା ସାହିତ୍ୟ ର ପ୍ରତିଷ୍ଠା ପାଇଁ ତାଙ୍କ ଉଦ୍ୟମ ଚିର ସ୍ମରଣୀୟ। ଉତ୍କଳମଣି ଗୋପବନ୍ଧୁ ବାସ୍ତବିକ୍ ଥିଲେ ଯୁଗପୁରୁଷ, ପୂନ୍ୟଶ୍ଲୋକ,ଓ ଦିନବନ୍ଧୁ ବୋଲି କହି ବନ୍ୟା, ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ସମୟ ରେ ଓଡ଼ିଶା ବାସୀ ଙ୍କୁ ସାହାଯ୍ୟ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସର ରେ ମୁଖ୍ୟମନ୍ତ୍ରୀ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଏକ ପେଡ୍ ମା କେ ନାମ୍ ଅଭିଯାନ ରେ ବିଧାନସଭା ପରିସର ରେ ଏକ ରୁଦ୍ରାକ୍ଷ ଚାରା ରୋପଣ କରିଥଲେ।ମୁଖ୍ୟମନ୍ତ୍ରୀ ଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ,ପ୍ରଭାତୀ ପରିଡା ଓ ବାଚସ୍ପତି ସୁରମା ପାଢୀ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ