Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରଥଯାତ୍ରା ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଭୁବନେଶ୍ବର: ଗତକାଲି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ସମୟରେ ଅଘଟଣ ଘଟି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏହାସହ ମୃତଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ।

ଅନ୍ୟପକ୍ଷେ ନନ୍ଦିଘୋଷ ରଥ ପାଖରେ ଦଳାଚକଟାରେ ୮ରୁ ୧୦ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସମସ୍ତ ଆହତଙ୍କ ଚିକିତ୍ସା ମାଗଣାରେ କରିବା ଓ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ନବୀନଙ୍କ ଶୋକ ପ୍ରକାଶ

ପୁରୀ ଅଘଟଣରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ମୃତକଙ୍କ ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏହାସହ ଦଳାଚକଟାରେ ଆହତ ଶ୍ରଦ୍ଧାଳୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

More Stories