Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ୟାରିସ ଅଲିମ୍ପିକ୍ସ: କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା

ଭୁବନେଶ୍ୱର: ଜୁଲାଇ ୨୪ରୁ ଆରମ୍ଭ ହେବାକୁ ଯାଉଛି ପ୍ୟାରିସ ଅଲିମ୍ପିକ୍ସ । ଏଥର ଭାରତ ୧୨୦ ଜଣିଆ ଦଳ ପ୍ୟାରିସ ପଠାଉଛି । ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା ହେଉଛନ୍ତି କିଶୋର ଜେନା ଏବଂ ଅମିତ ରୋହିଦାସ । ଦୁଇ ଖେଳାଳିଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଜେନା ଏବଂ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି । ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ପ୍ରକାଶ କରିଛନ୍ତି ।

ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ। ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ