Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଚମ୍ପାମାଳ ଗ୍ରାମ ପଞ୍ଚାୟତ ର ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ଭୂମି ପୂଜନ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ର ଚମ୍ପାମାଳ ପଞ୍ଚାୟତ ପାଇଁ ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ ସକାଶେ ରବିବାର ଭୂମି ପୂଜନ ଉତ୍ସବ ପାଳିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମରେ ଚମ୍ପାମାଳ ସରପଞ୍ଚ ମହେନ୍ଦ୍ର ମହାନନ୍ଦଙ୍କ ତତ୍ତ୍ଵାବଧାନରେ ସ୍ଥାନିୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୂମି ପୂଜା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଚମ୍ପାମାଳ ସମିତି ସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ , ସ୍ୱେଚ୍ଛାସେବୀ କିଶୋର ହୋତା , ଦୁର୍ଗେସ ପଣ୍ଡା , ରାଧେଶ୍ଯାମ ମିଶ୍ର ପ୍ରମୁଖ ଙ୍କ ସହିତ ବହୁଲୋକ ଉପସ୍ଥିତ ଥିଲେ l