Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏମିତି ବି ମୃତ୍ୟୁ ଆସେ ! ଗୀତ ଗାଉ ଗାଉ ଷ୍ଟେଜରେ ଟଳି ପଡିଲେ ଏଡିଏମ

ପାରଳାଖେମୁଣ୍ଡି: ଷ୍ଟେଜରେ ଗୀତ ଗାଉ ଗାଉ ଟଳି ପଡିଲେ ଏଡିଏମ । ଏମିତି ଅଭାବନୀୟ ଘଟଣା ଗଜପତି ପାରଳାଖେମୁଣ୍ଡିରେ ଘଟିଛି । ମୃତକ ହେଲେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତାଙ୍କ ବିୟୋଗରେ ଗଜପତି ପ୍ରଶାସନିକ ମହଲରେ ଶୋକର ଛାୟା ଖେଳି ଯାଇଛି ।

ସୂଚନା ଅନୁଯାୟୀ, ଏଡିଏମ ବୀରେନ୍ଦ୍ର ଦାସ ପାରଳାଖେମୁଣ୍ଡିର ଏକ ବନ୍ଧୁତ୍ୱପୂର୍ଣ୍ଣ ନୈଶ୍ୟ ଭୋଜିରେ ଗୀତ ଗାଉଥିଲେ। ଏହି ସମୟରେ ସେ ହଠାତ୍ ଅସୁସ୍ଥ ହେବା ସହ ଷ୍ଟେଜ୍ ଉପରେ ପଡ଼ି ଯାଇଥିଲେ। ତାଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ଜଣା ପଡିନାହିଁ ।

ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱର୍ଗତ ବୀରେନ୍ଦ୍ର ଦାସ ଜଣେ ନିଷ୍ଠାପର ଓ ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ କାର‌୍ୟ୍ୟ କରୁଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁ ମହଲରେ ପ୍ରଶଂସିତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories