Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଡପ ମଣ୍ଡପ ଘଟଣା:ମିଳିମିଶି କାମ କରିବାକୁ ନବୀନଙ୍କୁ ମୋହନଙ୍କ ଚିଠି

ଭୁବନେଶ୍ବର,(ରାଜାରାମ ଷଡଙ୍ଗୀ):ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।କହିଲେ ଆପଣଙ୍କ ପରାମର୍ଶକୁ ସ୍ୱାଗତ ।ମିଳିମିଶି କାମ କରିବା।
ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ଦିନ ପହଣ୍ଡି ସମୟରେ ଘଟିଥିବା ଅଘଟନ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଲେଖିଥିବା ଚିଠିର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଗତର ନାଥ ଜଗନ୍ନାଥ କେବଳ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି। ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ। ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରାଜ ଜଗତ ଦୁଃଖିତ। ତେଣୁ ଆପଣ ଏଘଟଣାରେ ମର୍ମାହତ ହେବା ସ୍ବାଭାବିକ। ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ।ମୋହନ ମାଝୀ କହିଛନ୍ତି, ଆଡ଼ପ ମଣ୍ଡପ ପହଣ୍ଡି ବ‌ିଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ପୁରୀ ଯିବାକୁ ନିର୍ଦ୍ଦେଶ ଦେବା ସହିତ ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛି। ଏସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ଗୁରୁତ୍ବର ସହ ପାଠ କରିଛି। ଆମେ ସମସ୍ତେ ମିଶି ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ସଠିକ ଭାବେ ସଂପନ୍ନ କରିବା। ଆପଣଙ୍କର ପରାମର୍ଶ ମୋ ପାଇଁ ସବୁ‌ବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ବିରୋଧି ଦଳ ନେତା ନବୀନଙ୍କୁ ଉତ୍ତର ରଖିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ