Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କଡା ଚେତାବନୀ, ରଥ ଉପରେ କେହି ମୋବାଇଲ ବ୍ୟବହାର କରି ପାରିବେନି

ଭୁବନେଶ୍ୱର: ନବ ନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ କଡା ଚେତାବନୀ । ବିଶୃଙ୍ଖଳ ଆଚରଣ କଲେ କଡା କାର୍ଯ୍ୟାନୁଷ୍ଠାନ ହେବ । ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ । ଅଣସେବାୟତ ରଥ ଉପରେ ମୋବାଇଲ ନେଉଥିବା ପରିଲକ୍ଷିତ ହେଉଛି । ଏଭଳି ବିଶୃଙ୍ଖଳା ଆଚରଣ କଲେ କଡା କାର୍ଯ୍ୟାନୁଷ୍ଠାନ ହେବ ।

ସେ କହିଛନ୍ତି, ରଥ ଉପରେ କେହି ମୋବାଇଲ ବ୍ୟବହାର କରି ପାରିବେ ନାହିଁ । ଏଭଳି ଆଚରଣ କେଲ କଡା କାର୍ଯ୍ୟାନୁଷ୍ଠାନ ହେବ । ସେବା ସହ ଜଡିତ ନ ଥିଲେ ରଥ ଉପରକୁ ଯାଇ ପାରିବେନି । ଏଥିପାଇଁ ସେବକମାନଙ୍କ ସହଯୋଗ କାମନା କରୁଛୁ । ଆମ ସଂସ୍କୃତିର ପ୍ରଚାର ପ୍ରସାର ପରିବର୍ତ୍ତେ ଯେପରି କୌଣସି ନିନ୍ଦା ଆଣିବେନି । ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ଠାକୁରଙ୍କ ପାଖରେ କ୍ଷମା ମାଗୁଛୁ । ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ ।

ଏହା ପୂର୍ବରୁ ରାଜ୍ୟ ସରକାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପରିବର୍ତ୍ତନ କରିଛନ୍ତି । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରେ ନିଯୁକ୍ତ ଦେଇଛନ୍ତି ରାଜ୍ୟ ସରକାର। ଗୁରୁବାର ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ମୋହନ ମାଝୀ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ